କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 58077 ରୋଗୀ ଚିହ୍ନଟ, 657 ରୋଗୀ ମୃତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 58 ହଜାର 77 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 25 ଲକ୍ଷ 36 ହଜାର 137 ରେ ପହଞ୍ଚିଛି ।
ନୂଆଦିଲ୍ଲୀ : ସାରା ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ମଧ୍ୟରେ ଦୈନିକ ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ଗତ କିଛି ଦିନ ହେବ ଆଖିଦୃଶିଆ ହ୍ରାସ ହୋଇଥିବା ପରିଲକ୍ଷିତ ହୋଇଛି । ଦୈନିକ ସଂକ୍ରମଣରେ ହ୍ରାସ ହେବା ସହ ଆଜି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 58 ହଜାର 77 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 25 ଲକ୍ଷ 36 ହଜାର 137 ରେ ପହଞ୍ଚିଛି । ସେହିପରି ଦେଶରେ ବର୍ତ୍ତମାନ 6 ଲକ୍ଷ 97 ହଜାର 802 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ସେହିପରି ଏହି ସମୟର ମଧ୍ୟରେ କରୋନା କାରଣରୁ ଦେଶରେ ମୋଟ 657 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି । ଯାହାପରେ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା 5 ଲକ୍ଷ 7 ହଜାର 117 କୁ ବୃଦ୍ଧି ପାଇଛି ।
ଏଥିସହିତ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 1 ଲକ୍ଷ 50 ହଜାର 407 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥଙ୍କ ସଂଖ୍ୟା 4 କୋଟି 13 ଲକ୍ଷ 31 ହଜାର 158 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟାସୁଦ୍ଧା ମୋଟ 171 କୋଟି 79 ଲକ୍ଷ 51 ହଜାର 432 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications