ଚିନ୍ତା ବଢାଉଛି କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ 58, 097 ରୋଗୀ ଚିହ୍ନଟ, 534 ଜଣଙ୍କର ପ୍ରାଣହାନି

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 58 ହଜାର 97 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 534 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ପୁଣି ଚିନ୍ତା ବଢାଉଛି କରୋନା ଭାଇରସ ସଂକ୍ରମଣ । ବର୍ତ୍ତମାନ ଦୈନିକ ସଂକ୍ରମଣ 50 ହଜାର ଅତିକ୍ରମ କରିଛି । ଏଥିସହିତ କରୋନାଜନିତ ମୃତ୍ୟୁ ମଧ୍ୟ ବଢିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 58 ହଜାର 97 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 534 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 15 ହଜାର 389 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 14 ହଜାର 4 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 50 ଲକ୍ଷ 18 ହଜାର 358 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 43 ଲକ୍ଷ 21 ହଜାର 803 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 82 ହଜାର 551 ହୋଇଛି ।

ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 147 କୋଟି 72 ଲକ୍ଷ 8 ହଜାର 846 ଡୋଜ୍ ଟିକା ଦିଆଯାଇଛି । ଗତ 24 ଘଣ୍ଟାରେ 96 ଲକ୍ଷ 43 ହଜାର 238 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+