6 ହଜାରକୁ ଖସିଲା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 5910 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 910 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 7 ହଜାର 034 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ଧୀରେ ଧୀରେ ହ୍ରାସ ହେଉଛି । ଗତ କିଛି ଦିନ ପୂର୍ବରୁ ଏଥିରେ ଅହେତୁକ ବୃଦ୍ଧି ପରେ ବର୍ତ୍ତମାନ ଏହା ହ୍ରାସ ପାଇବାରେ ଲାଗିଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲାରେ ମଧ୍ୟ ଆଖିଦୃଶିଆ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 910 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 7 ହଜାର 034 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 53 ହଜାର 974 କରୋନା ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ସୁସ୍ଥଙ୍କୁ ମିଶାଇ ଦେଶର ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 80 ହଜାର 464 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 007 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 213 କୋଟି 52 ଲକ୍ଷ 74 ହଜାର 945 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 32 ଲକ୍ଷ 31 ହଜାର 895 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications