କରୋନା ଅପଡେଟ୍ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 6317 ନୂଆ ରୋଗୀ, 318 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 317 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 318 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବୃଦ୍ଧି ହେବା ପରେ ଆଜି ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 6 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 317 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 318 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 6 ହଜାର 906 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 78 ହଜାର 190 ଜଣ ସକ୍ରିୟ ରୋଗୀ ଅଛନ୍ତି । ଯାହାକି ଗତ 575 ଦିନରେ ସର୍ବନିମ୍ନ ।
ନୂଆ ରୋଗୀ ଚିହ୍ନଟ ହୋ ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 47 ଲକ୍ଷ 58 ହଜାର 481 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 42 ଲକ୍ଷ 1 ହଜାର 966 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 78 ହଜାର 481 ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 138 କୋଟି 95 ଲକ୍ଷ 90 ହଜାର 670 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 57 ଲକ୍ଷ 5 ହଜାର 39 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications