ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 6358 କରୋନା ରୋଗୀ, 293 ମୃତ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 358 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 293 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 653 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 6 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।
ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 358 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 293 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 653 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 6 ହଜାର 450 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 75 ହଜାର 456 ଜଣ ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 47 ଲକ୍ଷ 99 ହଜାର 691 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 42 ଲକ୍ଷ 43 ହଜାର 945 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 80 ହଜାର 290 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 142 କୋଟି 46 ଲକ୍ଷ 81 ହଜାର 736 ଡୋଜ୍ ଟିକା ଦିଆଯାଇଛି । ଗତ 24 ଘଣ୍ଟାରେ 72 ଲକ୍ଷ 87 ହଜାର 547 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications