6 ହଜାର ପାର୍ ହେଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲା 6402 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6 ହଜାର 402 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 748 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ସାମାନ୍ୟ ହ୍ରାସ ହୋଇଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 43 ହଜାରକୁ ଖସିଛି । କିନ୍ତୁ ଗତକାଲି ଦୈନିକ ମାମଲା 6 ହଜାର ପରେ ରହିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6 ହଜାର 402 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 748 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 43 ହଜାର 802 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟରେ 14 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 13 ହଜାର 892 କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 41 ହଜାର 840 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 250 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 215 କୋଟି 98 ଲକ୍ଷ 16 ହଜାର 124 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 31 ଲକ୍ଷ 09 ହଜାର 550 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+