ଓମିକ୍ରନ୍ ଆତଙ୍କ ମଧ୍ୟରେ ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 6650 କରୋନା ସଂକ୍ରମିତ, 374 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 650 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 374 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 358 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ହ୍ରାସ ପରେ ଦୁଇ ଦିନ ହେବ ପୁଣି ବୃଦ୍ଧି ହେବାରେ ଲାଗିଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 7 ହଜାରରୁ ସାମାନ୍ୟ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 650 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 374 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 358 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 7 ହଜାର 51 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 77 ହଜାର 516 ଜଣ ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 47 ଲକ୍ଷ 72 ହଜାର 626 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 42 ଲକ୍ଷ 15 ହଜାର 977 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 79 ହଜାର 133 ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 140 କୋଟି 31 ଲକ୍ଷ 63 ହଜାର 63 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications