କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 6822ରୋଗୀ, 220 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 822 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 220 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 7 ହଜାରରୁ ସାମାନ୍ୟ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 822 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 220 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 10 ହଜାର 4 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏକ ଲକ୍ଷରୁ କମ୍ ରହିଛି । ବର୍ତ୍ତମାନ ଦେଶରେ ମୋଟ 95 ହଜାର 14 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 46 ଲକ୍ଷ 48 ହଜାର 383 କୁ ବୃଦ୍ଧି ପାଇଛି । ଏହା ବ୍ୟତୀତ ଦେଶରେ ଏ ପର୍ଯ୍ୟନ୍ତ ମୋଟ 3 କୋଟି 40 ଲକ୍ଷ 79 ହଜାର 612 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 73 ହଜାର 757 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 128 କୋଟି 76 ଲକ୍ଷ 10 ହଜାର 590 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 79 ଲକ୍ଷ 39 ହଜାର 38 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+