ପାର୍ବଣ ପୂର୍ବରୁ ପୁଣି ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 6845 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6 ହଜାର 845 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 4 ହଜାର 474 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ କିଛି ଦିନ ହ୍ରାସ ହେବା ପରେ ଗତତାଲି ଏଥିରେ ପୁଣି ବୃଦ୍ଧି ହୋଇଛି । ଗତ କିଛି ଦିନ ଧରି ଦୈନିକ କରୋନା ମାମଲା 3 ହଜାର ପାଖାପାଖି ରହୁଥିବା ବେଳେ ଗତକାଲି ଏହା 6 ହଜାର ପରେ ରହିଛି । କିନ୍ତୁ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଆଖିଦୃଶିଆ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା ପୁଣି 40 ହଜାର ଟପିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6 ହଜାର 845 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 4 ହଜାର 474 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 40 ହଜାର 750 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 11 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 83 ହଜାର 360 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 13 ହଜାର 999 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 611 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 218 କୋଟି 17 ଲକ୍ଷ 94 ହଜାର 748 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 21 ଲକ୍ଷ 63 ହଜାର 148 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications