କମିଲା କରୋନା ମାମଲା, 7 ହଜାର ତଳକୁ ଖସିଲା ଦୈନିକ କରୋନା ମାମଲା

corona virus

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ମାମଲାରେ ବୃଦ୍ଧି ହେବା ପହରେ ଗତକାଲି ମଧ୍ୟରେ ହ୍ରାସ ପରିଲକ୍ଷିତ ହୋଇଛି । ଏପରିକି ଗତ 24 ଘଣ୍ଟାରେ ଦୈନିକ ମାମଲା 7 ହଜାର ତଳକୁ ଖସିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 6 ହଜାର 904 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 9 ହଜାର 011 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 65 ହଜାର 683 ରେ ପହଞ୍ଚିଛି । ଏହି ସମୟରେ 16 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 48 ଲକ୍ଷ 98 ହଜାର 893 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 43 ଲକ୍ଷ 01 ହଜାର 865 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 345 ରୋଗୀ ପ୍ରାଣ ହରାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+