• search
For Quick Alerts
Turn On Notification  
For Daily Alerts

କରୋନା ଅପଡେଟ୍ : 551 ଦିନରେ ସର୍ବନିମ୍ନ କରୋନା ରୋଗୀ ଚିହ୍ନଟ, ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 6990 ରୋଗୀ

|

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 7 ହଜାରରୁ ସାମାନ୍ୟ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 6 ହଜାର 990 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି, ଯାହାକି ଗତ 551 ଦିନରେ ସର୍ବନିମ୍ନ ରେକର୍ଡ କରାଯାଇଛି । ଏଥି ସହିତ ଗତ 24 ଘଣ୍ଟାରେ 190 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 10 ହଜାର 116 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 543 ସକ୍ରିୟ ମାମଲା ରହିଛି । ଯାହାକି 546 ଦିନରେ ସର୍ବନିମ୍ନ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 45 ଲକ୍ଷ 87 ହଜାର 822 କୁ ବୃଦ୍ଧି ପାଇଛି । ଏହା ବ୍ୟତୀତ ଦେଶରେ ଏ ପର୍ଯ୍ୟନ୍ତ ମୋଟ 3 କୋଟି 40 ଲକ୍ଷ 18 ହଜାର 299 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 68 ହଜାର 980 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 123 କୋଟି 25 ଲକ୍ଷ 2 ହଜାର 767 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 78 ଲକ୍ଷ 80 ହଜାର 545 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 6990 new corona positive cases in last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X