କମୁଛି ସଂକ୍ରମଣ, ଚିନ୍ତା ବଢାଇଛି କରୋନାଜନିତ ମୃତ୍ୟୁ : ଗତ 24 ଘଣ୍ଟାରେ 71, 365 ରୋଗୀ ଚିହ୍ନଟ, 1217 ରୋଗୀ ମୃତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 71 ହଜାର 365 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 24 ଲକ୍ଷ 10 ହଜାର 976 ରେ ପହଞ୍ଚିଛି ।
ନୂଆଦିଲ୍ଲୀ : ସାରା ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ମଧ୍ୟରେ ଦୈନିକ ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ଗତ କିଛି ଦିନ ହେବ ଆଖିଦୃଶିଆ ହ୍ରାସ ହୋଇଥିବା ପରିଲକ୍ଷିତ ହୋଇଛି । ଦୈନିକ ସଂକ୍ରମଣରେ ହ୍ରାସ ହେବା ସତ୍ତ୍ୱେ କରୋନାଜନିତ ମୃତ୍ୟୁ ସଂଖ୍ୟା ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 71 ହଜାର 365 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 24 ଲକ୍ଷ 10 ହଜାର 976 ରେ ପହଞ୍ଚିଛି । ସେହିପରି ଦେଶରେ ବର୍ତ୍ତମାନ 8 ଲକ୍ଷ 92 ହଜାର 828 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ସେହିପରି ଏହି ସମୟର ମଧ୍ୟରେ କରୋନା କାରଣରୁ ଦେଶରେ ମୋଟ 1217 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି । ଯାହାପରେ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା 5 ଲକ୍ଷ 5 ହଜାର 279 କୁ ବୃଦ୍ଧି ପାଇଛି ।
ଏଥିସହିତ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 1 ଲକ୍ଷ 72 ହଜାର 211 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥଙ୍କ ସଂଖ୍ୟା 4 କୋଟି 10 ଲକ୍ଷ 12 ହଜାର 869 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟାସୁଦ୍ଧା ମୋଟ 170 କୋଟି 87 ଲକ୍ଷ 6 ହଜାର 705 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications