ବଢୁଛି ସଂକ୍ରମଣ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 7189 କରୋନା ରୋଗୀ, 387 ରୋଗୀ ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 89 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 387 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 415 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ହ୍ରାସ ପରେ ଦୁଇ ଦିନ ହେବ ପୁଣି ବୃଦ୍ଧି ହେବାରେ ଲାଗିଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 7 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 89 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 387 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 415 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 7 ହଜାର 286 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 77 ହଜାର 32 ଜଣ ସକ୍ରିୟ ରୋଗୀ ଅଛନ୍ତି । ଯାହାକି ଗତ 579 ଦିନରେ ସର୍ବନିମ୍ନ ରେକର୍ଡ କରାଯାଇଛି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 47 ଲକ୍ଷ 79 ହଜାର 815 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 42 ଲକ୍ଷ 23 ହଜାର 263 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 79 ହଜାର 520 ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+