ଅଣାୟତ ଦୈନିକ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 7240 ରୋଗୀ, ପ୍ରାଣ ହରାଇଲେ 8 ସଂକ୍ରମିତ
ସାରା ଦେଶରେ ମୋଟ 7240 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 8 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 3591 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ହ୍ରାସ ହୋଇଥିବା ବେଳେ ଗତକାଲି ଏଥିରେ ଅହେତୁକ ବୃଦ୍ଧି ହୋଇଛି । ଗତକାଲିର ରିପୋର୍ଟ ଅନୁସାରେ କରୋନା ସଂକ୍ରମଣ ମାମଲା ସାରା ଦେଶରେ ଅଣାୟତ ହେବାରେ ଲାଗିଛି । ଗତକାଲି ଦୈନିକ କରୋନା ସଂକ୍ରମଣ ମାମଲାରେ 7 ହଜାର ଅତିକ୍ରମ କରିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 7240 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 8 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 3591 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 32 ହଜାର 498 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 97 ହଜାର 522 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 40 ହଜାର 301 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 723 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।
କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 194 କୋଟି 59 ଲକ୍ଷ 81 ହଜାର 691 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 15 ଲକ୍ଷ 43 ହଜାର 748 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications