ଏକ ଲକ୍ଷ ତଳକୁ ଖସିଲା ସକ୍ରିୟ ମାମଲା : ଗତ 24 ଘଣ୍ଟାରେ 7554 ରୋଗୀ ଚିହ୍ନଟ, 223 ମୃତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 7 ହଜାର 554 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 223 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ଦୈନିକ ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ବର୍ତ୍ତମାନ ଏହି ମାମଲାରେ ଆଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । କରୋନା ଦୈନିକ ମାମଲା ହ୍ରାସ ପାଇ ବର୍ତ୍ତମାନ 8 ହଜାର ତଳକୁ ଖସିଛି । ଏଥିସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 7 ହଜାର 554 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 223 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ଅପରପକ୍ଷରେ ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ମଧ୍ୟରୁ 14 ହଜାର 123 ଜଣ ସୁସ୍ଥ ହୋଇଛନ୍ତି । ନୂଆ ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 23 ଲକ୍ଷ 38 ହଜାର 673 ରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 5 ଲକ୍ଷ 14 ହଜାର 246 କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ 85 ହଜାର 680 ସକ୍ରିୟ ରୋଗୀ ଅଛନ୍ତି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 177 କୋଟି 79 ଲକ୍ଷ 92 ହଜାର 977 ଡୋଜ୍ ଟିକା ଦିଆଯାଇଛି । ଗତକାଲି ଏଥିମଧ୍ୟରୁ 8 ଲକ୍ଷ 55 ହଜାର 862 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications