କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 7579 ରୋଗୀ ଚିହ୍ନଟ, 236 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 579 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 236 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 7 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 579 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 236 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 12 ହଜାର 202 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 13 ହଜାର 584 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 45 ଲକ୍ଷ 26 ହଜାର 480 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 39 ଲକ୍ଷ 46 ହଜାର 749 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 66 ହଜାର 147 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 117 କୋଟି 63 ଲକ୍ଷ 73 ହଜାର 499 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 71 ଲକ୍ଷ 92 ହଜାର 154 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications