ହ୍ରାସ ପାଉଛି କରୋନା ସଂକ୍ରମଣ : ଗତ 24 ଘଣ୍ଟା ମଧ୍ୟରେ 7774 ରୋଗୀ ଚିହ୍ନଟ, 306 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 774 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଏହି ସମୟରେ ସଂକ୍ରମିତଙ୍କ ସଂଖ୍ୟା କମ୍ ରହିଥିଲେ ମଧ୍ୟ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହୋଇଛି । ଗତ 24 ଘଣ୍ଟାରେ 306 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବୃଦ୍ଧି ହେବା ପରେ ପୁଣି ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 8 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 774 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

CoronaVirus

ଏହି ସମୟରେ ସଂକ୍ରମିତଙ୍କ ସଂଖ୍ୟା କମ୍ ରହିଥିଲେ ମଧ୍ୟ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହୋଇଛି । ଗତ 24 ଘଣ୍ଟାରେ 306 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 8 ହଜାର 464 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏକ ଲକ୍ଷରୁ କମ୍ ରହିଛି । ବର୍ତ୍ତମାନ ଦେଶରେ ମୋଟ 92 ହଜାର 281 ଜଣ ସକ୍ରିୟ ରୋଗୀ ଅଛନ୍ତି । ଯାହାକି 560 ଦିନରେ ସର୍ବନିମ୍ନ ରେକର୍ଡ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 132 କୋଟି 93 ଲକ୍ଷ 84 ହଜାର 230 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 89 ହଜାର 56 ହଜାର 784 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+