ପୁଣି ବଢୁଛି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 7946 ରୋଗୀ, ପ୍ରାଣ ହରାଇଲେ 37 ଜଣ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 7 ହଜାର 946 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 9 ହଜାର 828 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତ କିଛି ଦିନ ଧରି ବୃଦ୍ଧି ପରେ ସୋମବାର ଏଥିରେ ଆଖିଦୃଶିଆ ହ୍ରାସ ହୋଇଥିଲା । କିନ୍ତୁ ଗତ 2 ଦିନ ଧରି ଏଥିରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି । ଏପରିକି ଗତକାଲି ଏହା 8 ହଜାର ପାଖାପାଖି ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 7 ହଜାର 946 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 9 ହଜାର 828 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 60 ହଜାର 171 କରୋନା ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 44 ହଜାର 33 ହଜାର 762 କୁ ବୃଦ୍ଧି ପାଇବା ସହ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 45 ହଜାର 680 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 911 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 212 କୋଟି 52 ଲକ୍ଷ 83 ହଜାର 259 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 12 ଲକ୍ଷ 90 ହଜାର 443 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications