ଦେଶରେ ପୁଣି ବଢୁଛି ଦୈନିକ କରୋନା ମାମଲା, 5 ହଜାର ପରେ ରହିଛି ସକ୍ରିୟ ମାମଲା
ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ ମାମଲା । ଏପରିକି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧଇ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ସାରା ଦେଶରେ ସକ୍ରିୟ ମାମଲା 5 ହଜାର ପରେ ରହିଛି ।

ନୂଆଦିଲ୍ଲୀ : ସାରା ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ । ଦୈନିକ ମାମଲାରେ ଅହେତୁକ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ କିଛି ଦିନ ହେବ କରୋନା ମାମଲା ବଢିବାରେ ଲାଗିଛି । ଏପରିକି ଦୈନିକ ମାମଲା 8 ଶହ ପାଖାପାଖି ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି । ଏପରିକି ଦେଶରେ ସକ୍ରିୟ ମାମଲା 5 ହଜାର ପରେ ରହିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 796 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 388 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 5026 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 5 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 93 ହଜାର 506 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 57 ହଜାର 685 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 795 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 64 ଲକ୍ଷ 88 ହଜାର 543 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 7 ହଜାର 787 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications