ଡ଼ରାଉଛି କରୋନାଜନିତ ମୃତ୍ୟୁ : ଗତ 24 ଘଣ୍ଟା ମଧ୍ୟରେ 7992 ରୋଗୀ ଚିହ୍ନଟ, 393 ମୃତ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 992 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଏହି ସମୟରେ ସଂକ୍ରମିତଙ୍କ ସଂଖ୍ୟା କମ୍ ରହିଥିଲେ ମଧ୍ୟ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହୋଇଛି । ଗତ 24 ଘଣ୍ଟାରେ 393 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ପରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 8 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 7 ହଜାର 992 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଏହି ସମୟରେ ସଂକ୍ରମିତଙ୍କ ସଂଖ୍ୟା କମ୍ ରହିଥିଲେ ମଧ୍ୟ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହୋଇଛି । ଗତ 24 ଘଣ୍ଟାରେ 393 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 9 ହଜାର 265 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏକ ଲକ୍ଷରୁ କମ୍ ରହିଛି । ବର୍ତ୍ତମାନ ଦେଶରେ ମୋଟ 93 ହଜାର 277 ଜଣ ସକ୍ରିୟ ରୋଗୀ ଅଛନ୍ତି । ଯାହାକି 559 ଦିନରେ ସର୍ବନିମ୍ନ ରେକର୍ଡ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 131 କୋଟି 99 ଲକ୍ଷ ରୁ ଅଧିକ ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications