For Quick Alerts
Turn On Notification  
For Daily Alerts
Oneindia App Download

କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 8306 ରୋଗୀ, 211 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 8 ହଜାର 306 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 211 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 8 ହଜାରରୁ ସାମାନ୍ୟ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 8 ହଜାର 306 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 211 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 8 ହଜାର 834 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏକ ଲକ୍ଷରୁ କମ୍ ରହିଛି । ବର୍ତ୍ତମାନ ଦେଶରେ ମୋଟ 98 ହଜାର 416 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 46 ଲକ୍ଷ 41 ହଜାର 561 କୁ ବୃଦ୍ଧି ପାଇଛି । ଏହା ବ୍ୟତୀତ ଦେଶରେ ଏ ପର୍ଯ୍ୟନ୍ତ ମୋଟ 3 କୋଟି 40 ଲକ୍ଷ 69 ହଜାର 608 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 73 ହଜାର 537 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 127 କୋଟି 93 ଲକ୍ଷ 9 ହଜାର 669 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 24 ଲକ୍ଷ 55 ହଜାର 911 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 8306 corona positive cases in last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X