ଅଣାୟତ ହେଉଛି ଦୈନିକ କରୋନା ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 8329 ରୋଗୀ, ପ୍ରାଣ ହରାଇଲେ 10 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 8329 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 10 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 4216 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ପୁଣି ଅହେତୁକ ବୃଦ୍ଧି ପରିଲକ୍ଷିତ ହେଉଛି । ଗତ ଦୁଇ ଦିନ ହେବ କରୋନାର ଦୈନିକ ସଂକ୍ରମଣ 7 ହଜାର ପରେ ରହୁଥିବା ବେଳେ ଗତକାଲି ଏହା 8 ହଜାର ଅତିକ୍ରମ କରିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବିଶେଷଜ୍ଞଙ୍କ ଚିନ୍ତା ବଢାଇଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 8329 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 10 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 4216 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 40 ହଜାର 370 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 32 ଲକ୍ଷ 13 ହଜାର 435 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 48 ହଜାର 308 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 757 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।












Click it and Unblock the Notifications