କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 8439 ରୋଗୀ, 195 ମୃତ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 8 ହଜାର 439 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 195 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ପରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 8 ହଜାରରୁ ସାମାନ୍ୟ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 8 ହଜାର 439 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 195 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 9 ହଜାର 525 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏକ ଲକ୍ଷରୁ କମ୍ ରହିଛି । ବର୍ତ୍ତମାନ ଦେଶରେ ମୋଟ 93 ହଜାର 733 ଜଣ ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 46 ଲକ୍ଷ 56 ହଜାର 822 କୁ ବୃଦ୍ଧି ପାଇଛି । ଏହା ବ୍ୟତୀତ ଦେଶରେ ଏ ପର୍ଯ୍ୟନ୍ତ ମୋଟ 3 କୋଟି 40 ଲକ୍ଷ 89 ହଜାର 137 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 73 ହଜାର 952 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 129 କୋଟି 54 ଲକ୍ଷ 19 ହଜାର 975 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 73 ଲକ୍ଷ 62 ହଜାର ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications