କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 8488 ରୋଗୀ ଚିହ୍ନଟ, 249 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 8 ହଜାର 488 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 538 ଦିନରେ ଆଜି ଦେଶର ସଂକ୍ରମଣ ସଂଖ୍ୟା ସର୍ବନିମ୍ନ ବୋଲି ଉଲ୍ଲେଖ କରାଯାଇଛି । ଗତ 24 ଘଣ୍ଟାରେ 249ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 8 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 8 ହଜାର 488 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 538 ଦିନରେ ଆଜି ଦେଶର ସଂକ୍ରମଣ ସଂଖ୍ୟା ସର୍ବନିମ୍ନ ବୋଲି ଉଲ୍ଲେଖ କରାଯାଇଛି । ଗତ 24 ଘଣ୍ଟାରେ 249ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 12 ହଜାର 510 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 18 ହଜାର 443 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 45 ଲକ୍ଷ 18 ହଜାର 901 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 39 ଲକ୍ଷ 34 ହଜାର 547 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 65 ହଜାର 921 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 116 କୋଟି 87 ଲକ୍ଷ 28 ହଜାର 385 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications