କମୁଛି ସଂକ୍ରମଣ, ବଢୁଛି କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତକାଲି ପ୍ରାଣ ହରାଇଲେ 48 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 8 ହଜାର 586 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 9 ହଜାର 680 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତକାଲି ଆଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । ଗତ ଦୁଇ ଦିନ ଧରି ଦୈନିକ କକରୋନା ମାମଲା 10 ହଜାର ତଳେ ରହିଛି । ଏଥିସହିତ ସକ୍ରିୟ ମାମଲା ମଧ୍ୟ 97 ହଜାରରୁ କମ୍ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ବୃଦ୍ଧି ପାଇବା ଫଳରେ ଚିନ୍ତା ବଢିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 8 ହଜାର 586 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 9 ହଜାର 680 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 96 ହଜାର 506 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 48 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 57 ହଜାର 546 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 33 ହଜାର 624 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 416 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 210 କୋଟି 31 ଲକ୍ଷ 65 ହଜାର 703 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 29 ଲକ୍ଷ 25 ହଜାର 342 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+