ପୁଣି କମିଲା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 899 ଆକ୍ରାନ୍ତ

ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ସଂକ୍ରମଣରେ ଅହେତୁକ ବୃଦ୍ଧି ପରେ ବର୍ତ୍ତମାନ ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ବର୍ତ୍ତମାନ ଦୈନିକ କରୋନା ମାମଲାରେ ହ୍ରାସ ହୋଇଛି । ଏପରିକି ମାମଲା ହଜାରେ ତଳେ ରହି ଆସୁଛି । କିନ୍ତୁ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ପୁଣି ବୃଦ୍ଧି ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 899 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 2 ହଜାର 100 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 10 ହଜାର 179 ରେ ପହଞ୍ଚିଛି । ଏହି ସମୟରେ 13 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 84 ହଜାର 058 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 44 ଲକ୍ଷ 42 ହଜାର 065 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 814 ରୋଗୀ ପ୍ରାଣ ହରାଇଛନ୍ତି ।












Click it and Unblock the Notifications