ଶହେ ତଳେ ରହିଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 91 ଆକ୍ରାନ୍ତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 91 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 91 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1817 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ପୁଣି ହ୍ରାସ ହୋଇଛି । ଗତ କିଛି ଦନ ହେବ କରୋନା ମାମଲା ଶହେ ପାଖାପାାଖି ରହିଛି । ଗତ 24 ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳେ ରହିଛି । ଏହା ସହ କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 91 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 91 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1817 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି କରୋନା ରୌଗୀଙ୍କର ମୃତ୍ୟୁ ହୋଇନାହିଁ ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 83 ହଜାର 454 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 50 ହଜାର 892 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 745 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 57 ଲକ୍ଷ 96 ହଜାର 303 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 43 ହଜାର 277 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications