For Quick Alerts
Turn On Notification  
For Daily Alerts
Oneindia App Download

କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 9119 ରୋଗୀ ଚିହ୍ନଟ, 396 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 9 ହଜାର 119 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଚିନ୍ତାର କାରଣ ପାଲଟିଛି । ଗତ 24 ଘଣ୍ଟାରେ 396 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ପରିଲକ୍ଷିତ ହେଉଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 9 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 9 ହଜାର 119 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଚିନ୍ତାର କାରଣ ପାଲଟିଛି । ଗତ 24 ଘଣ୍ଟାରେ 396 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 10 ହଜାର 264 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 09 ହଜାର 940 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 45 ଲକ୍ଷ 44 ହଜାର 882 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 39 ଲକ୍ଷ 67 ହଜାର 962 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 66 ହଜାର 980 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 119 କୋଟି 38 ଲକ୍ଷ 44 ହଜାର 741 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 90 ଲକ୍ଷ 27 ହଜାର 638 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 9119 new corona positive cases in last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X