କରୋନା ଅପଡେଟ୍ : ଏକ ଲକ୍ଷ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା, ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 9216 ରୋଗୀ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 9 ହଜାର 216 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 391 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ପରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 9 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 9 ହଜାର 216 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଗତ 24 ଘଣ୍ଟାରେ 391 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 8 ହଜାର 612 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏକ ଲକ୍ଷରୁ ତଳକୁ ଖସି 99 ହଜାର 976 ରେ ପହଞ୍ଚିଛି ।
ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 46 ଲକ୍ଷ 15 ହଜାର 757 କୁ ବୃଦ୍ଧି ପାଇଛି । ଏହା ବ୍ୟତୀତ ଦେଶରେ ଏ ପର୍ଯ୍ୟନ୍ତ ମୋଟ 3 କୋଟି 40 ଲକ୍ଷ 45 ହଜାର 666 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 70 ହଜାର 115 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 125 କୋଟି 75 ଲକ୍ଷ 5 ହଜାର 514 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 73 ଲକ୍ଷ 67 ହଜାର 230 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications