କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 9283 ରୋଗୀ ଚିହ୍ନଟ, 437 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 9 ହଜାର 283 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 437 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବଡ଼ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 9 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 9 ହଜାର 283 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 437 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 10 ହଜାର 949 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 11 ହଜାର 481 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 45 ଲକ୍ଷ 35 ହଜାର 763 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 39 ଲକ୍ଷ 57 ହଜାର 698 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 66 ହଜାର 584 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 118 କୋଟି 44 ଲକ୍ଷ 23 ହଜାର 573 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 76 ଲକ୍ଷ 58 ହଜାର 203 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications