୧୦ ହଜାର ତଳକୁ ଖସିଲା ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ , ୨୪ ଘଣ୍ଟାରେ ୯୫୨୦ କରୋନା ସଂକ୍ରମିତ ଚିହ୍ନଟ

India Reports 9520 fresh cases in last 24 hours, 41 deceased

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନା ସଂକ୍ରମଣରେ ହ୍ରାସ ଘଟିଛି । ୧୦ ହଜାର ତଳକୁ ଖସିଲା ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ । ସମଗ୍ର ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯,୫୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ସାମାନ୍ୟ ହ୍ରାସ ହୋଇଛି । ୨୪ ଘଣ୍ଟାରେ ୪୧ ଜଣଙ୍କ ମୃତ୍ୟୁ ଜଣଙ୍କ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଦେଶରେ ଦୈନିକ ପଜିଟିଭିଟି ହାର ୨.୫୦% ଏବଂ ସାପ୍ତାହିକ ପଜିଟିଭିଟି ହାର ୨.୮୦% ଥିବା ଜଣାପଡ଼ିଛି । ସେହିଭଳି ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୫୨୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୯୮,୬୯୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୪,୩୭,୮୩,୭୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶର ସୁସ୍ଥତା ହାର ୧.୧୯% ରହିଛି । ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୩୧୧ ରେକର୍ଡ କରାଯାଇଛି । ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ୍ ୨,୧୧,୩୯,୮୧,୪୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+