10 ହଜାର ତଳେ କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 9531 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 9 ହଜାର 531 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 11 ହଜାର 726 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତକାଲି ଆଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଏହା 10 ହଜାର ତଳକୁ ଖସି ଆସିଛି । ଏଥିସହିତ ସକ୍ରିୟ ମାମଲା ମଧ୍ୟ 97 ହଜାର ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 9 ହଜାର 531 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 11 ହଜାର 726 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 97 ହଜାର 648 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 36 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 48 ହଜାର 960 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 23 ହଜାର 944 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 368 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 210 କୋଟି 02 ଲକ୍ଷ 40 ହଜାର 361 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 35 ଲକ୍ଷ 33 ହଜାର 466 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications