ଲଗାତାର ତିନି ଦିନ ଧରି ଶହେ ତଳେ ଦୈନିକ କୋରନା ମାମଲା, ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 96 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 81 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1785 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

corona virus

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ କ୍ରମାଗତ ଭାବେ ହ୍ରାସ ହେଉଛି । ଏପରିକି ଗତ ତିନି ଦିନ ଧରି କରୋନା ଦୈନିକ ମାମଲା ଶହେ ତଳେ ରହିଆସୁଛି । ତିନି ଦିନ ପରେ ଗତକାଲି ଜଣେ ମାତ୍ର ରୋଗୀଙ୍କ ଦେହାନ୍ତ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 96 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 81 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1785 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ଜଣେ ମାତ୍ର କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 83 ହଜାର 639 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 51 ହଜାର 108 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 746 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 60 ଲକ୍ଷ 58 ହଜାର 032 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 1 ଲକ୍ଷ 27 ହଜାର 274 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+