ହଜାରେ ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 975 ରୋଗୀ
ଗତ 24 ଘଣ୍ଟାରେ ମୋଟ 975 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ 4 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 796 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଆଖିଦୃଶିଆ ହ୍ରାସ ହୋଇଛି । ଏଥିସହିତ ଦୈନିକ କରୋନା ସଂକ୍ରମଣରେ ମଧ୍ୟ ହ୍ରାସ ହୋଇଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ତଳକୁ ଖସିଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 975 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ 4 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 796 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 11 ହଜାର 366 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 40 ହଜାର 947 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 7 ହଜାର 834 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 747 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 186 କୋଟି 38 ଲକ୍ଷ 31 ହଜାର 723 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications