ଲକ୍ଷେ ପାର୍ ହେଲା କରୋନା ସକ୍ରିୟ ମାମଲା, ଗତ 24 ଘଣ୍ଟାରେ 18,819 ରୋଗୀ ଚିହ୍ନଟ, 39 ମୃତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 819 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହ ସମୟରେ 13 ହଜାର 827 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ନୂଆଦିଲ୍ଲୀ : ସାରା ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ପୁଣି ଥରେ ବଢିବାରେ ଲାଗିଛି । ଦୈନିକ ସଂକ୍ରମଣ ମାମଲାରେ କୌଣସି ହ୍ରାସ ପରିଲକ୍ଷିତ ହେଉ ନଥିବା ବେଳେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ଏପରିକି ସକ୍ରିୟ ମାମଲା ଏକ ଲକ୍ଷ ପାର୍ ହୋଇଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 819 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହ ସମୟରେ 13 ହଜାର 827 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 04 ହଜାର 555 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 39 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 52 ହଜାର 164 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 28 ଲକ୍ଷ 22 ହଜାର 493 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 116 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 197 କୋଟି 61 ଲକ୍ଷ 91 ହଜାର 554 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 14 ଲକ୍ଷ 17 ହଜାର 217 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications