ବଢୁଛି କରୋନା ଦୈନିକ ସଂକ୍ରମଣ, 4 ହଜାର ପାଖାପାଖି ରହିଛି ଆକ୍ରାନ୍ତଙ୍କ ସଂଖ୍ୟା

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 402 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 306 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3903 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

corona virus

ନୂଆଦିଲ୍ଲୀ : ଡରାଉଛି କରୋନା ସଂକ୍ରମଣ । ଦିନକୁ ଦିନ ଅଣାୟତ ହେବାରେ ଲାଗିଛି ଦୈନିକ କରୋନା ମାମଲା । ଗତକିଛି ଦିନ ହେବ କରୋନା ମାମଲାରେ ଅହେତୁକ ବୃଦ୍ଧି ହେଉଥିବା ପରିଲକ୍ଷିତ ହେଉଛି । ଏପରିକି ଦୈନିନିକ ମାମଲା ଚାରି ଶହ ପରେ ରହିଛି । ଆଶ୍ୱସ୍ତିଜନକ ଖବର ହେଉଛି କରୋନାଜନିତ ମୃତ୍ୟୁ ସଖ୍ୟା କମିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 402 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 306 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3903 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 91 ହଜାର 338 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 56 ହଜାର 651 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 784 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 64 ଲକ୍ଷ 63 ହଜାର 236 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 7 ହଜାର 395 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+