For Quick Alerts
Turn On Notification  
For Daily Alerts
Oneindia App Download

କରୋନା ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 13,086 ରୋଗୀ, 19 ଜଣଙ୍କର ମୃତ୍ୟୁ

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 13 ହଜାର 086 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 12 ହଜାର 456 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

|

ନୂଆଦିଲ୍ଲୀ : ଗତ କିତି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ପେର ଗତକାଲି ଏଥିରେ ସାମାନ୍ୟ ହ୍ରାସ ହୋଇଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ କିଛିଟା ହ୍ରାସ ହୋଇଛି । କିନ୍ତୁ ସକ୍ରିୟ ମାମଲା ଏବେ ବି ଏକ ଲକ୍ଷ ପରେ ରହିଛି । ସେହିପରି ଦୈନିକ ସୁସ୍ଥ ସଂଖ୍ୟାରେ ମଧ୍ୟ ବୃଦ୍ଧି ପରିଲକ୍ଷିତ ହେଉନାହିଁ ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 13 ହଜାର 086 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 12 ହଜାର 456 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 14 ହଜାର 475 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 19 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 31 ହଜାର 650 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 28 ଲକ୍ଷ 91 ହଜାର 933 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 242 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 198 କୋଟି 9 ଲକ୍ଷ 87 ହଜାର 178 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 11 ଲକ୍ଷ 44 ହଜାର 805 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports One Lakh Above Active Cases, 13086 fresh cases identified In last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X