ଥମୁନି କରୋନା ସଂକ୍ରମଣ : ଗତ 24 ଘଣ୍ଟାରେ 46,759 ନୂଆ ସଂକ୍ରମିତ ଚିହ୍ନଟ, 509 ଜଣଙ୍କ ପ୍ରାଣହାନୀ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 46 ହଜାର 759 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 509 ଜଣଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ କରୋନା ମାମଲାରେ ସାମାନ୍ୟ ହ୍ରାସ ପରେ ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ପରିଲକ୍ଷିତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 46 ହଜାର 759 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 509 ଜଣଙ୍କର ମୃତ୍ୟୁ ହୋଇଛି ।

CoronaVirus

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 26 ଲକ୍ଷ 49 ହଜାର 947 ରେ ପହଞ୍ଚିଥିବା ବେଳେ ମୋଟ 4 ଲକ୍ଷ 37 ହଜାର 370 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂତନ ମାମଲା ଆସିବା ପରେ ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 59 ହଜାର 775 ରହିଛି । 24 ଘଣ୍ଟା ମଧ୍ୟରେ 31 ହଜାର 374 ଲୋକ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ନୂଆ ତଥ୍ୟ ପରେ ଦେଶରେ ଏଯାବତ୍ ମୋଟ ସୁସ୍ଥଙ୍କ ସଂଖ୍ୟା 3 କୋଟି 18 ଲକ୍ଷ 52 ହଜାର 802 କୁ ବୃଦ୍ଧି ପାଇଛି ।

ଏହା ବ୍ୟତୀତ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 1 କୋଟି ଡୋଜ୍ ଟୀକା ଦିଆଯାଇଛି । ଏହାକୁ ମିଶାଇ ଦେଶରେ ମୋଟ ଟୀକାକରଣ ସଂଖ୍ୟା 62 କୋଟି 29 ଲକ୍ଷ 89 ହଜାର 134 ଡୋଜ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+