କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 13091 ରୋଗୀ ଚିହ୍ନଟ, ସୁସ୍ଥ ହେଲେ 13878 ରୋଗୀ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 91 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 13 ହଜାର 878 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ କିଛି ଦିନର ହ୍ରାସ ପରେ ଆଜି ପୁଣି ବୃଦ୍ଧି ପାଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 13 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 91 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 13 ହଜାର 878 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 38 ହଜାର 556 ସକ୍ରିୟ ମାମଲା ରହିଛି । ଯାହାକି ଗତ 256 ଦିନରେ ସର୍ବନିମ୍ନ । ଏହାକୁ ମିଶାଇ ମୋଟ 3 କୋଟି 38 ଲକ୍ଷ 925 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।












Click it and Unblock the Notifications