ଭୂକମ୍ପରେ ବିପର୍ଯ୍ୟସ୍ତ ମିଆଁମାରକୁ ସହାୟତାର ହାତ ବଢାଇଲା ଭାରତ
ଗତକାଲି ମିଆଁମାରରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା । ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି । ଏହି ଭୂକମ୍ପରେ ପ୍ରାୟ ୧୮୦ରୁ ଅଧିକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଭୂକମ୍ପର ପ୍ରଭାବ ଏତେ ଅଧିକ ଥିଲା ଯେ ଏହାର ପ୍ରଭାବ ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକ୍ରେ ମଧ୍ୟ ପଡିଥିଲା । ଏପରିକି ଭାରତରେ ଅନେକ ସ୍ଥାନରେ ମଧ୍ୟ ଭୂକମ୍ପ ହୋଇଥିଲା ।

ବର୍ତ୍ତମାନ ଭୂକମ୍ପରେ ବିପର୍ଯ୍ୟସ୍ତ ମିଆଁମାରକୁ ସହାୟତାର ହାତ ବଢାଇଛି ଭାରତ । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ୧୫ ଟନରୁ ଅଧିକ ରିଲିଫ ସାମଗ୍ରୀ ପଠାଯାଇଛି । ସେହିପରି ତମ୍ବୁ,କମ୍ବଳ, ଖାଦ୍ୟ, ଜଳ ବିଶୋଧନ, ସ୍ୱାସ୍ଥ୍ୟ କିଟ୍, ସୌର ଲ୍ୟାମ୍ପ, ଜେନେରେଟର ସେଟ୍ ସହ ଅତ୍ୟାବଶ୍ୟକ ଔଷଧ ସାମଗ୍ରୀ ମଧ୍ୟ ପଠାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ମିଆଁମାର ହୋଇଥିବା ଭୂକମ୍ପ ଏବଂ ଏହା ପର ସ୍ଥିତି ନେଇ ଚିନ୍ତା ପ୍ରକଟ କରିଛନ୍ତି ।












Click it and Unblock the Notifications