ସ୍ଥିର ରହିଛି କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 10256 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 10 ହଜାର 256 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 13 ହଜାର 528 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତ କିଛି ଦିନ ଧରି ଦୈନିକ କରୋନା ମାମଲା 10 ହଜାର ପରେ ରହିଛି । ଏଥିସହିତ ସକ୍ରିୟ ମାମଲା 90 ହଜାର ତଳକୁ ଖସିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ଅହେତୁକ ବୃଦ୍ଧି ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 10 ହଜାର 256 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 13 ହଜାର 528 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 90 ହଜାର 707 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 68 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 89 ହଜାର 176 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 70 ହଜାର 913 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 566 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 211 କୋଟି 13 ଲକ୍ଷ 94 ହଜାର 639 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 31 ଲକ୍ଷ 60 ହଜାର 292 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications