ସ୍ଥିର ରହିଛି କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 275 ରୋଗୀ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 275 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 368 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 4 ହଜାର 672 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।
ନୂଆଦିଲ୍ଲୀ : କମୁଛି କରୋନା ଦୈନିକ ମାମଲା । ଏହା ସହିତ ଆଶ୍ୱସ୍ତିକର ରହିଛି କରୋନାଜନିତ ମୃତ୍ୟୁ ସଂଖ୍ୟା । ମାସ ଆରମ୍ଭରୁ କରୋନା ଦୈନିକ ମାମଲା ତିନି ଶହ ତଳେ ରହିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 275 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 368 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 4 ହଜାର 672 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 2 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 72 ହଜାର 913 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 37 ହଜାର 617 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 624 ରୋଗୀ ପ୍ରାଣ ହରାଇଛନ୍ତି ।
ଏହା ବ୍ୟତୀତ ସାରା ଦେଶରେ ଚାଲିଥିବା କରୋନା ଟୀକାକରଣ ଅଭିଯାନରେ ଆଜି ପର୍ଯ୍ୟନ୍ତ ମୋଟ 219 କୋଟି 92 ଲକ୍ଷ 76 ହଜାର 276 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 66 ହଜାର 194 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications