କମିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ 5439 ରୋଗୀ ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 439 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 22 ହଜାର 031 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତ କିଛି ଦିନ ଧରି ବୃଦ୍ଧି ପରେ ଗତକାଲି ଏଥିରେ ଆଖିଦୃଶିଆ ହ୍ରାସ ହୋଇଛି । ଏପରିକି ଗତକାଲି ଏହା 5 ହଜାରକୁ ଖସି ଆସିଛି । କିନ୍ତୁ ମୃତ୍ୟୁ ସଂଖ୍ୟାରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 439 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 22 ହଜାର 031 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 65 ହଜାର 732 କରୋନା ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 44 ହଜାର 21 ହଜାର 162 କୁ ବୃଦ୍ଧି ପାଇବା ସହ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 25 ହଜାର 024 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 829 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 212 କୋଟି 17 ଲକ୍ଷ 41 ହଜାର 962 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications