କରୋନା ସଂକ୍ରମଣରେ ଆଖିଦୃଶିଆ ହ୍ରାସ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 547 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 547 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 3 ହଜାର 385 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ପରେ ରହି ଆସୁଥିବା ବେଳେ ଏହା 6 ଶହ ତଳକୁ ଖସିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ରେ ମଧ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 547 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 3 ହଜାର 385 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 9 ହଜାର 468 କରୋନା ସକ୍ରିୟ ରୋଗୀ ଅଛନ୍ତି । ଆଶ୍ୱସ୍ତିକର ଖବର ହେଉଛି ଗତକାଲି କରୋନା କାରଣରୁ ମାତ୍ର ଜଣେ ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 66 ହଜାର 924 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 26 ହଜାର 924 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 532 ହୋଇଛି ।
କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 80 ଲକ୍ଷ 22 ହଜାର 159 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମାତ୍ର 20 ହଜାର 465 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications