କମିଲା କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 7591 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 7 ହଜାର 591 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 9 ହଜାର 206 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତ କିଛି ଦିନ ଧରି ବୃଦ୍ଧି ପରେ ଗତକାଲି ଏହା 8 ହଜାର ତଳକୁ ଖସି ଆସିଛି । ଏଥିସହିତ ସକ୍ରିୟ ମାମଲା 854 ହଜାରକୁ ଖସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 7 ହଜାର 591 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 9 ହଜାର 206 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 84 ହଜାର 931 କରୋନା ସକ୍ରିୟ ରୋଗୀ ଅଛନ୍ତି ।
ଏହା ପରେ ଦେଶରେ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 02 ହଜାର 993 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 799 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 211 କୋଟି 91 ଲକ୍ଷ 05 ହଜାର 738 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 24 ଲକ୍ଷ 70 ହଜାର 330 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications