ଶହେ ତଳେ ରହୁଛି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 99 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 108 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1 ହଜାର 896 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

corona virus
ନୂଆଦିଲ୍ଲୀ: ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ବର୍ତ୍ତମାନ ଏଥିରେ ଲଗାତାର ହ୍ରାସ ହେଉଛି । କିଛି ଦିନ ବ୍ୟବଧାନ ପରେ କରୋନା ଦୈନିକ ମାମଲା ଶହେ ତଳେ ରହୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ କମ୍ ରହିଛି । ଯାହାକି ବିଶେଷଜ୍ଞଙ୍କ ପାଇଁ ଆଶ୍ୱସ୍ତିକର ଖବର ରହିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 99 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 108 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1 ହଜାର 896 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ମାତ୍ର ଜଣେ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 82 ହଜାର 437 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 49 ହଜାର 802 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 739 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 36 ଲକ୍ଷ 02 ହଜାର 459 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 34 ହଜାର 835 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+