For Quick Alerts
Turn On Notification  
For Daily Alerts
Oneindia App Download

ଶହେ ତଳେ ରହୁଛି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 99 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 108 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1 ହଜାର 896 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

|
corona virus
ନୂଆଦିଲ୍ଲୀ: ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ବର୍ତ୍ତମାନ ଏଥିରେ ଲଗାତାର ହ୍ରାସ ହେଉଛି । କିଛି ଦିନ ବ୍ୟବଧାନ ପରେ କରୋନା ଦୈନିକ ମାମଲା ଶହେ ତଳେ ରହୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ କମ୍ ରହିଛି । ଯାହାକି ବିଶେଷଜ୍ଞଙ୍କ ପାଇଁ ଆଶ୍ୱସ୍ତିକର ଖବର ରହିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 99 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 108 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1 ହଜାର 896 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ମାତ୍ର ଜଣେ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 82 ହଜାର 437 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 49 ହଜାର 802 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 739 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 36 ଲକ୍ଷ 02 ହଜାର 459 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 34 ହଜାର 835 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Witnessed Continuous Decrease In Daily Corona Cases
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X