ପୁଣି ଶହେ ତଳକୁ ଖସିଲା କରୋନା ମାମଲା, ଦେଶରେ ଅଛନ୍ତି 1931 ସକ୍ରିୟ ରୋଗୀ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 88 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 90 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1 ହଜାର 931 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ: ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଏଥିରେ ଗତକାଲି ଆଖିଦୃଶିଆ ହ୍ରାସ ହୋଇଛି । କିଛି ଦିନ ବ୍ୟବଧାନରେ କରୋନା ଦୈନିକ ମାମଲା ପୁଣି ଶହେ ତଳକୁ ଖସିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ କମ୍ ରହିଛି । ଯାହାକି ବିଶେଷଜ୍ଞଙ୍କ ପାଇଁ ଆଶ୍ୱସ୍ତିକର ଖବର ରହିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 88 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 90 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1 ହଜାର 931 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ମାତ୍ର ଜଣେ କରୋନା ରୌଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 82 ହଜାର 104 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 49 ହଜାର 436 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 737 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 30 ଲକ୍ଷ 63 ହଜାର 139 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 2 ଲକ୍ଷ 18 ହଜାର 324 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications