ହଜାରେ ତଳକୁ ଖସିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 930 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 930 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 252 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଗତକାଲି ସାମାନ୍ୟ ହ୍ରାସ ହୋଇଛି । ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ପରେ ରହି ଆସୁଥିବା ବେଳେ ଗତକାଲି ଏହା ହଜାରେ ତଳକୁ ରହିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 930 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 252 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 14 ହଜାର 515 କରୋନା ସକ୍ରିୟ ରୋଗୀ ଅଛନ୍ତି । ସେହିପରି ଗତକାଲି କରୋନା କାରଣରୁ 2 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 61 ହଜାର 516 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 16 ହଜାର 492 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 509 ହୋଇଛି ।
କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 73 ଲକ୍ଷ 08 ହଜାର 120 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 23 ହଜାର 160 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications