କମୁଛି ଦୈନିକ କରୋନା ସଂକ୍ରମଣ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 82 ଆକ୍ରାନ୍ତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 82 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 85 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1837 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ସାମାନ୍ୟ ବୃଦ୍ଧି ପରେ ବର୍ତ୍ତମାନ ଏଥିରେ ପୁଣି ହ୍ରାସ ହୋଇଛି । ଏପରିକି ଗତ ତିନି ଦିନ ଧରି କରୋନା ଦୈନିକ ମାମଲା ଶହେ ପରେ ରହିଆସୁଥିବା ବେଳେ ବର୍ତ୍ତମାନ ଏହା ପୁଣି ଶହେ ଥଳକୁ ଖସିଛି । କିନ୍ତୁ କରୋନାଜନିତ ମୃତ୍ୟୁରେ ସମାନ୍ୟ ବୃଦ୍ଧି ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 82 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 85 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1837 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ଜଣେ ତିନି ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 84 ହଜାର 200 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 51 ହଜାର 610 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 753 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 62 ଲକ୍ଷ 98 ହଜାର 101 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 1 ହଜାର 476 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications